ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ସେପ୍ଟେମ୍ବର ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁରରେ ହେବାକୁ ଥିବା ଯୁବ ସମାବେଶରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଗତକାଲି ଏକ ଟିମ ବ୍ରହ୍ମପୁର ଆସି କାର୍ଯ୍ୟକ୍ରମ ସ୍ଥଳୀ ବୁଲି ଦେଖିଛନ୍ତି । ତେବେ ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇ ନଥିବା କହିଛନ୍ତି ବିଜେପି ଜିଲ୍ଲା ସଭାପତି ଓ ବ୍ରହ୍ମପୁର ବିଧାୟକ l ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଏହାପରେ ଭୁବନେଶ୍ୱର ବିମାନବନ୍ଦରରୁ ବ୍ରହ୍ମପୁର ଅଭିମୁଖେ ଗସ୍ତ କରିବେ। ସେଠାରେ ଆୟୋଜିତ ହେବାକୁ ଥିବା ବିଶାଳ ଯୁବ ସମାବେଶରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।
