ପୁଣି ଜଳିଗଲେ ଆଉ ଜଣେ ଯୁବତୀ
ରାଜ୍ୟରେ ପୁଣି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜଣେ ଯୁବତୀ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇ ଦେଇଛନ୍ତି । ଯୁବତୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ।ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ପାରିପାର୍ଶ୍ୱିକ ସ୍ଥିତି ଓ ପରିବାର ଲୋକଙ୍କ ବୟାନ ଆଧାରରେ ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଜାରି ରହିଛି ।କେହି ଜଣେ ଯୁବକ ବ୍ଲାକ୍ମେଲ୍ କରୁଥିଲେ ବୋଲି ଯୁବତୀଙ୍କ ବାପା କହିଛନ୍ତି। ପୂର୍ବରୁ ଏନେଇ ଥାନାରେ ଅଭିଯୋଗ ହୋଇଥିବା କୁହାଯାଉଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଯଦି ଅଭିଯୋଗ ସତ ହୋଇଥାଏ ତାହେଲେ ସାଙ୍ଘାତିକ୍। ପୁଲିସ କାହିଁକି କାର୍ଯ୍ୟାନୁଷ୍ଠାନ ନେଲା ନାହିଁ, ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
