ପୁଣି ରାଜଧାନୀରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଯୁବକ ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଏହି ଘଟଣାଟି ଖଣ୍ଡଗିରି ଥାନା ଅଧୀନରେ ଥିବା ଏକ ଘରୋଇ କଲେଜ ପରିସରରେ ଘଟିଛି ।ଗୁରୁତର ଅବସ୍ଥାରେ ଆହତ ଯୁବକଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିବା ସୂଚନା । ଯୁବକଙ୍କ ଶରୀର ୧୫% ପୋଡ଼ିଯାଇଥିବା ସୂଚନା । ଯୁବକଙ୍କ ଘର ଯାଜପୁର ଜିଲ୍ଲା ବିଞ୍ଝାରପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି ।ଖବର ପାଇ ଖଣ୍ଡଗିରି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
