ପୁଣି ହୀରାକୁଦ ଜଳଭଣ୍ଡାର ଖୋଲିଲା ଆଉ ୪ଟି ଗେଟ୍

ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ପୁଣି ହୀରାକୁଦ ଜଳଭଣ୍ଡାର ଖୋଲିଲା ଆଉ ୪ଟି ଗେଟ୍ । ବର୍ତ୍ତମାନ ୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ପର୍ଯ୍ୟାୟକ୍ରମେ ଗେଟ ଖୋଲାଯାଇଛି । ବାମ ପାର୍ଶ୍ବରୁ ୫ଟି ଓ ଡାହାଣ ପାର୍ଶ୍ବରୁ ୩ଟି ଗେଟ୍ ଖୋଲାଯାଇଛି। ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୯.୯୭ ଫୁଟ । ଜଳଭଣ୍ଡାରକୁ ପ୍ରବେଶ କରୁଛି ୨ ଲକ୍ଷ ୫ ହଜାର ୪୨୪ କ୍ୟୁସେକ ଜଳ ।  ନିଷ୍କାସିତ ହେଉଛି ୧ ଲକ୍ଷ ୬୭ ହଜାର ୩୦୭ କ୍ୟୁସେକ ଜଳ ।ଏପଟେ ଗେଟ ଖୋଲାଯାଇଥିବାରୁ ତଳମୁଣ୍ଡକୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ।