ପୁରୀରେ ହେବ BRICS ସମ୍ମିଳନୀ

ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଓ ବିଶେଷଜ୍ଞ।ଉଲ୍ଲେଖଯୋଗ୍ୟ ଯେ, ବ୍ରାଜିଲ୍, ଇଜିପ୍ଟ୍, ଇଥିଓପିଆ, ଇଣ୍ଡୋନେସିଆ, ଇରାନ୍, ଋଷିଆ, ସାଉଦି ଆରବ, ଦକ୍ଷିଣ ଆଫ୍ରିକା, ୟୁଏଇ ଏବଂ ଚୀନ ଆଦି ଦେଶର ପ୍ରତିନିଧିଗଣ ଏହି ସମ୍ମିଳନୀରେ ଯୋଗ ଦେବେ ।

ଓଡ଼ିଶାକୁ ଏହି ଗୁରୁତ୍ୱପୂର୍ଣ୍ଣ ବୈଷୟିକ ବୈଠକର ଆୟୋଜକ ଭାବେ ଚୟନ କରାଯାଇଥିବାର ପ୍ରଚ୍ଛଦରେ ରହିଛି ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନା କ୍ଷେତ୍ରରେ ରାଜ୍ୟର ସକ୍ରିୟ, ସଫଳ ଏବଂ ସୁଦୃଢ଼ ପଦକ୍ଷେପ।