ପୁରୀ ରାଜାଙ୍କ ପବିତ୍ର ସୁନିଆ ଉତ୍ସବ ପାଳନ
ଗତକାଲି ଶ୍ରୀନହରରେ ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି ପବିତ୍ର ସୁନିଆ ଉତ୍ସବ। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି 1434 ସାଲ ଓ 71 ଅଙ୍କର ପ୍ରବେଶ। ସୁନିଆ ଉପଲକ୍ଷେ ଗତକାଲି ଗଜପତି ମହାରାଜାଙ୍କର 71ଅଙ୍କ ଆରମ୍ଭ ହୋଇଯାଇଛି । ଜାତକ ଓ ପାଞ୍ଜି,, ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ। ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହୋଇଥିଲା। ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ ହୋଇଥିଲା । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯାଇଥିଲା। ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିଥିଲେ।ପୁରୀରୁ ପ୍ରକାଶ କାଣ୍ଡି HR TV ଓଡ଼ିଆ