ପୋଇ” ଖାଇବା ରେ ଯେମିତି ସ୍ୱାଦିଷ୍ଟ ସେମିତି ମାରାତ୍ମକ ରୋଗକୁ ଠିକ କରେ | ଜାଣନ୍ତୁ ରୋଗ ବିଷୟରେ ..

ପୋଇ କିଏ ବା ଖାଇବାକୁ ଭଲ ନ ପାଏ | ଏହା ଖାଇବା ଶରୀର ପାଇଁ ଲାଭଦାୟକ ହୋଇଥାଏ । ଏହାକୁ ଲୋକମାନେ ରାଇତା , ତରକାରୀ ବା ସୁପକରି ପିଇବାକୁ ପସନ୍ଦ କରିଥାନ୍ତି । ଭିଟାମିନ୍, କ୍ୟାଲୋରୀ, ପ୍ରୋଟିନ୍, କାର୍ବୋହାଇଡ୍ରେଟ୍,ଫ୍ୟାଟ୍,ଫାଇବର ଏବଂ ଆଇରନରେ ଭରପୂର ଥିବା ପୋଇ ଶରୀରର ଅନେକ ସମସ୍ୟାକୁ ଦୂର କରିଥାଏ । ପ୍ରତିଦିନ ଏହାକୁ ଖାଇବା ଦ୍ୱାରା ଶରୀରରେ ରକ୍ତର ଅଭାବ ଦୂର ହୋଇଥାଏ । କିଛି ଲୋକ ପୋଇକୁ କେବଳ ଶରୀରରେ ହେମୋଗ୍ଲୋବିନ୍ ବଢ଼ାଇବା ପାଇଁ ବ୍ୟବହାର କରାଯାଏ ବୋଲି ଭାବିଥାନ୍ତି । କିନ୍ତୁ ଏଥିରେ ଅନେକ ପ୍ରକାରର ଉପକାରୀ ଗୁଣ ରହିଛି । ଏହା ହେମୋଗ୍ଲୋବିନ୍ ବଢ଼ାଇବା ସହ ହୃଦୟକୁ ମଧ୍ୟ ସୁସ୍ଥ ରଖିଥାଏ । ପୋଇ ଆନେମିଆ ରୋଗୀଙ୍କ ପାଇଁ ଔଷଧଠାରୁ ଅଧିକ ଲାଭଦାୟକ ହୋଇଥାଏ ।ପୋଇ ଶରୀର ସହ କେଶ ପାଇଁ ଲାଭଦାୟକ ହୋଇଥାଏ । ଯେଉଁମାନଙ୍କର କେଶ ଝଡ଼ିବାର ସମସ୍ୟା ରହିଛି, ସେମାନେ ପୋଇକୁ ନିଜ ଖାଦ୍ୟରେ ସାମିଲ କରିବା ଉଚିତ୍, ଯାହା ଶରୀରରେ ଆଇରନ୍ର ଅଭାବକୁ ଦୂର କରି କେଶ ଝଡ଼ିବା ରୋକିଥାଏ ।

ପୋଇ ତ୍ୱଚାର ଅନେକ ସମସ୍ୟା ଦୂର କରିଥାଏ ଯେମିତି ଚର୍ମ ଲୋଚାକୋଚା ହୋଇ ଯାଇଥିଲେ, ପୋଇ ଏବଂ ଲେମ୍ବୁ ରସରେ କିଛି ବୁନ୍ଦା ଗ୍ଲିସେରିନ୍ ମିଶାଇ ରାତିରେ ଶୋଇବା ପୂର୍ବରୁ ଲଗାନ୍ତୁ । ଧିରେ ଧିରେ ତ୍ୱଚାଜନିତ ସମସ୍ତ ସମସ୍ୟା ଦୂର ହୋଇଯିବ । ପୋଇରେ ଫଲିକ୍ ଏସିଡ୍ ଏବଂ କ୍ୟାଲସିୟମ ଅଧିକ ମାତ୍ରାରେ ରହିଥାଏ । ଯଦି ଆପଣଙ୍କର ପାଇରିୟା ସମସ୍ୟା ରହିଛି, ତେବେ କଞ୍ଚା ପୋଇର ପତ୍ର ଚୋବାଇବା ଆରମ୍ଭ କରନ୍ତୁ ।ପୋଇ ରସରେ ଗାଜର ରସ ମିଶାଇ ପିଇବା ଦ୍ୱାରା ପେଟର ଚର୍ବି କମ ହୋଇଥାଏ । ଯଦି ଆପଣ ମୋଟାପଣ ସମସ୍ୟା ଦେଇ ଗତି କରୁଛନ୍ତି, ତେବେ ପୋଇ ରସ ସହ ଗାଜର ବା ଲେମ୍ବୁ ରସ ମିଶାଇ ପିଇ ପାରିବେ ।