ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ।
ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏନେଇ ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। । ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ମଡେଲ ସ୍କୁଲ ହେବ। ଏହାର ନାମ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏଭଳି ୫ ଶହ ସ୍କୁଲ ନିର୍ମାଣ କରାଯିବ।ଏନେଇ ବଜେଟରେ ବ୍ୟବସ୍ଥା ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସ୍କୁଲରେ ଏମିତି ବ୍ୟବସ୍ଥା କରାଯିବ ଯେମିତି ପିଲାମାନେ ପ୍ରାଇଭେଟ ସ୍କୁଲକୁ ନଯାଇ ସମସ୍ତେ ଆସିବାକୁ ଇଚ୍ଛା ପ୍ରକାଶ କରିବେ।ଶିକ୍ଷା ବ୍ୟବସ୍ଥା ହେଉଛି ତ୍ରିଭୁଜ ସଦୃଶ। ତ୍ରିଭୁଜର ଛାତ୍ର, ଶିକ୍ଷକ ଏବଂ ଅଭିଭାବକ ହେଉଛନ୍ତି ଶିକ୍ଷା ବ୍ୟବସ୍ଥା ତ୍ରିଭୁଜର ତିନି ବାହୁ। ତିନି ବାହୁ ଏକାଠି କାର୍ଯ୍ୟ କଲେ ଶିଷ୍ୟର ଜୀବନ ସୁସଂଗଠିତ ହେବ। ଏହା ଦ୍ବାରା ବିକଶିତ ସମାଜ ଗଠନ ଧାରା ଉନ୍ନତ ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।