ଫୋନ୍ ଯୋଗେ ବିରୋଧୀ ଦଳ ନେତା ଶ୍ରୀ ନବୀନଙ୍କୁ ଜନ୍ମ ଦିନର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ଫୋନ୍ ଯୋଗେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କଥା ହୋଇ ତାଙ୍କୁ ଜନ୍ମ ଦିନର ଶୁଭେଛା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକଙ୍କର ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି କହିଛନ୍ତି।