ବକେୟା ଚାଲାଣ ପୈଠ ନ କଲେ ହୋଇପାରିବନି PUCC: ହାଇକୋର୍ଟ
ହାଇକୋର୍ଟରେ PUCC ସମ୍ପର୍କିତ ଜନସ୍ବାର୍ଥ ମାମାଲା ଖାରଜ । ବକେୟା ଚାଲାଣ ପୈଠ ନ କଲେ ମିଳିବନି PUCC । ରାଜ୍ୟ ସରକାରଙ୍କ ତରଫରୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟଙ୍କ ବଳିଷ୍ଠ ଯୁକ୍ତି ଉପସ୍ଥାପନ ପରେ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ରାୟ ।ମୋଟର ଯାନ ଆଇନ ଧାରା ୧୬୭, ଉପଧାରା ୧୨ ଅନୁଯାୟୀ କୋର୍ଟ ରାୟ ଶୁଣାଇଛନ୍ତି । ଏହାସହିତ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ସରକାରଙ୍କ ପକ୍ଷରୁ ଏଜି ପୀତାମ୍ବର ଆଚାର୍ଯ୍ୟ ଯୁକ୍ତି ଉପସ୍ଥାପନ କରିଥିଲେ ।ଅବଶ୍ୟ ଗତ ୨୭ ଜାନୁଆରୀରେ ହାଇକୋର୍ଟ ଯେଉଁ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ, ସେହି ମୁତାବକ PUCC ନଥିଲେ ପେଟ୍ରୋଲ ମିଳିବା ନେଇ ଜାରି ହୋଇଥିବା କଟକଣା କାର୍ଯ୍ୟକାରୀ ହୋଇନଥିଲା । କିନ୍ତୁ ନିକଟରେ ପରିବହନ ବିଭାଗ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି । ଯେଉଁଥିରେ ସଂଶୋଧିତ ମୋଟର ଭେହିକଲ ରୁଲ୍ ବାବଦରେ କୋର୍ଟଙ୍କୁ ଅବଗତ କରାଯାଇଛି । ଯାହା ସମ୍ପର୍କରେ ମଙ୍ଗଳବାର ଆଡଭୋକେଟ୍ ଜେନେରାଲ କୋର୍ଟରେ ଯୁକ୍ତି ଉପସ୍ଥାପନ କରିଥିଲେ । ହାଇକୋର୍ଟ ଏହାକୁ ଗ୍ରହଣ କରିବା ସହିତ ଦାୟର ଜନସ୍ୱାର୍ଥ ମାମଲା ଉପରେ ଆଜି ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ।
