ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । 

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ୨୯ ତାରିଖ ଯାଏଁ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବୁଧବାର ଠାରୁ ଅନେକ ସ୍ଥାନରେ ବର୍ଷାର ପରିମାଣ ବଢିବ। ରାୟଗଡା ଓ ସୁନ୍ଦରଗଡ ଜିଲାରେ ପ୍ରବଳ ବର୍ଷା ହେବ।

କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଗଞ୍ଜାମ, ଗଜପତି, କନ୍ଧମାଳରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।୨୭ ରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି।