ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ଆଶଙ୍କା

ବଙ୍ଗୋପସାରଗରେ ଲଘୁଚାପ ସୃଷ୍ଟି ହୋଇସାରିଛି।୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଦ୍ର ଉପକୂଳ ଅତିକ୍ରମ କରିବ ଅଵପାତ ।  ପରିଣାମରେ କୋରାପୁଟ ଓ ମାଲକାନଗିରି  ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି  ।ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି। ସେପେଟ ସକାଳୁ ସକାଳୁ ଉପକୂଳ ଓଡ଼ିଶାରେ ବି ବର୍ଷା ଆରମ୍ଭ ହୋଇ ଯାଇଛି। ଟୁଇନ୍ ସିଟିରେ ବି ଝିପ୍‌ ଝିପ୍‌ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସମସ୍ତ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଜିଲ୍ଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି। ୨୮, ୨୯, ୩୦ ଓ ଅକ୍ଟୋବର ପହିଲାରେ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ବଡ଼ ବର୍ଷା ନେଇ କୌଣସି ସତର୍କ ସୂଚନା ଜାରି କରାଯାଇନି।