ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ସେନୟାର’, ଓଡିଶା ଉପରେ କୌଣସି ପ୍ରଭାବ ନାହିଁ
ମାଲାକ୍କା ସମୁଦ୍ର ଅଞ୍ଚଳ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହେବା ପରେ ଆଜି ବାତ୍ୟା ରୂପ ନେଇଛି । ମାଲାକ୍କା ପ୍ରଣାଳୀ ଉପରେ ଥିବା ଗଭୀର ଅବପାତ ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ପରିଣତ ହୋଇଛି ।ଘୂର୍ଣ୍ଣିଝଡ଼ ସେନ୍ୟାର ଆଜି ଅପରାହ୍ନରେ ଇଣ୍ଡୋନେସିଆ ଉପକୂଳରେ ସ୍ଥଳଭାଗ ଛୁଇଁପାରେ।ଏହା ଇଣ୍ଡୋନେସିଆର କୁତ୍ ମକମୁର ଠାରୁ ପୂର୍ବରେ ୧୦୦ କି.ମି. ଦୂରରେ ରହିଥିବା ବେଳେ ମାଲେସିଆ ଠାରୁ ୬୦୦ କି.ମି. ଦୂରରେ ରହିଛି ।
ସେପଟେ ଅନ୍ୟ ଏକ ସିଷ୍ଟମରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଶ୍ରୀଲଙ୍କା ଓ ଭାରତ ମହାସାଗର ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇଛି । ତେବେ ଆଜି ରାଜ୍ୟରେ ଶୀତର ପ୍ରଭାବ ସାମାନ୍ୟ ରହିବ। ବୁଧବାରଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ। ରାଜ୍ୟରେ ଶୀତ ଅନୁଭବ ହେବ। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି।
