ବଡ଼ ରାୟ ଦେଲେ ବାଂଲାଦେଶ କୋର୍ଟ : ହସିନାଙ୍କୁ ଫାଶୀଦଣ୍ଡ

ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଗଣହତ୍ୟା ମାମଲାରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ-ICT ହସିନାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି । ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ହୋଇଥିଲା ମାମଲା । ରାଜଧାନୀ ଢାକା ସମେତ ସମଗ୍ର ବାଂଲାଦେଶରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ହାଇଆଲର୍ଟରେ ରହିଛି ପୂରା ଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ୍‌ଙ୍କ ରାୟ ପୂର୍ବରୁ ଦେଶରେ ଜାରି ହୋଇଥିଲା ହାଇଆଲର୍ଟ । ହସିନାଙ୍କ ବିରୋଧରେ ହତ୍ୟା, ନିର୍ଯାତନା, ଷଡଯନ୍ତ୍ର ଓ ମାନବତା ବିରୋଧରେ ଅପରାଧ ରୋକିବାରେ ବିଫଳ ନେଇ ୫ଟି ମୁଖ୍ୟ ଅଭିଯୋଗ ରହିଛି । ହାସିନା ବାଂଲାଦେଶ ଛାଡି ଏବେ ଭାରତରେ ଆଶ୍ରୟ ନେଇଛନ୍ତି ।