‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍
‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍ । ପୋଲିସ୍ ଏସ୍ଆଇ ନିଯୁକ୍ତି ଘୋଟାଲା ଲିଙ୍କରେ କ୍ରାଇମବ୍ରାଞ୍ଚ ରେଡ୍ କରିଛି । ଭୁବନେଶ୍ୱର ସିଆରପି ଛକରେ ଥିବା ସେଣ୍ଟର ରେଡ୍ କରିଛି କ୍ରାଇମବ୍ରାଞ୍ଚ । ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗରେ ଛାନଭିନ୍ ଚାଲିଛି । ସୂଚନା ଅନୁଯାୟୀ, ପଞ୍ଚସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟିଙ୍କର ‘ବଣିକ’ ମାଲିକଙ୍କ ସହ ସମ୍ପର୍କ ଥିବା ସୂଚନା ମିଳିଛି। ବିଜୟନଗର ଯାଉଥିବା କିଛି ପରୀକ୍ଷାର୍ଥୀ ‘ବଣିକ’ କୋଚିଂରେ ପଢ଼ୁଥିବା ଜଣାପଡ଼ିଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ‘ବଣିକ’ର ଗତ ୫ ବର୍ଷର ରେକର୍ଡ ଯାଞ୍ଚ କରୁଛନ୍ତି।
