ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣି |

୨୮ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣି | ବାତ୍ୟା ଦାନା ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟ କୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ ରେ ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ପ୍ରକୋଷ୍ଟ ବନ୍ଦ ରହିବ | ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି |