ବରଗଡ଼ ଧନୁଯାତ୍ରା ପାଇଁ ନୂଆ କଂସ ହେଲେ ସୁଶୀଲ ମେହେର

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ତେବେ ଚଳିତବର୍ଷ ସୁଶୀଲ ମେହେର ହେବେ କଂସ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ଭୂମିକାରେ ଅଭିନୟ କରିବେ । ୩ ବର୍ଷ ପାଇଁ କଂସ ଭୂମିକାରେ ଅଭିନୟ କରିବେ ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଚିଚିଣ୍ତା ଗ୍ରାମର ସୁଶୀଲ ମେହେର । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କଳାକାର ସମନ୍ବୟ କମିଟିର ଆବାହକ ତଥା ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର । ୩୫ ଜଣ କଳାକାର ଙ୍କୁ ପଛରେ ପକାଇ ବିଚାରକ ମଣ୍ଡଳୀ ର ହୃଦୟ ଜିଣିଲେ ସୁଶିଲ ମେହେର।