ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି 

ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି। ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ତେବେ ଉତ୍ତର ଓଡ଼ିଶାରେ ଶନିବାର ପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ ଜିଲ୍ଲାରେ ଅତି ଭୀଷଣ ବର୍ଷା ଆଶଙ୍କା ଅଛି। ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୨୦୦ ମିମି ଯାଏ ବର୍ଷା ହୋଇପାରେ । ଏନେଇ ପାଣିପାଗ ବିଭାଗ ସତର୍କ କରାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳକୁ ଅରେଞ୍ଜ ୱାର୍ନିଂ ଏବଂ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁରକୁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଜିଲାପାଳ ମୟୁରଭଞ୍ଜ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଆଗାମୀ ୧୫ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।