ବାତ୍ୟା ‘ଅର୍ଣ୍ଣବ’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ
ବାତ୍ୟା ‘ଅର୍ଣ୍ଣବ’ (Cyclone Arnab) ଜନିତ ସ୍ଥିତି ସମୀକ୍ଷା କରିବା ପରେ ରାଜ୍ୟର ୧୭ଟି ଜିଲ୍ଲା ପ୍ରଭାବିତ ହୋଇଛି ବୋଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି | ତେବେ ବାତ୍ୟା ଅର୍ଣ୍ଣବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ କଥା ହେଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ବାତ୍ୟା ପାଇଁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶୃତି ଦେଇଛନ୍ତି ଅମିତ ଶାହ । ବାତ୍ୟା ଯୋଗୁଁ ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଆଦି ଜିଲ୍ଲାମାନ ବେଶ ପ୍ରଭାବିତ ହୋଇଛି । ଏଭଳି କଠିନ ପରିସ୍ଥିତିରେ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ଶାହ । ଆବଶ୍ୟକ ପଡିଲେ ରାଜ୍ୟ ମଧ୍ୟ ସହାୟତା ମଧ୍ୟ ମାଗିପାରିବ ବୋଲି ଶାହ କହିଛନ୍ତି । ସେହିପରି ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ଖୁବ ଶୀଘ୍ର କେନ୍ଦ୍ରୀୟ ରାଜ୍ୟକୁ ପଠାଯିବ ।