ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ ଜୋନ’ ଘୋଷଣା
ନଭେମ୍ବର ୫ରୁ ଆରମ୍ଭ ହେବାକୁ ଯାଉଛି ଐତିହାସିକ କଟକ ବାଲିଯାତ୍ରା । ତେବେ ଚଳିତ ବର୍ଷ ବାଲିଯାତ୍ରା ପୂର୍ବରୁ ବଡ଼ ପଦକ୍ଷେପ ଗ୍ରହଣ କରିଛି ଜିଲ୍ଲା ପ୍ରଶାସନ । ଏଥର ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ ଜୋନ’ ଘୋଷଣା । ଏନେଇ ନିର୍ଦ୍ଦେଶନାମା ଜାରି କଲେ କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ ।। ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା କରାଯାଇଛି। ବାଲିଯାତ୍ରା ଗ୍ରାଉଣ୍ଡଠାରୁ ୫ କିମି ପରିଧି ପାଇଁ କଟକଣା ଜାରି ହୋଇଛି। ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାୱାର ହ୍ୟାଙ୍ଗ୍ ଗ୍ଲାଇଡର୍ସ ଉଡ଼ାଣ ମନା କରାଯାଇଛି । ସେହିପରି ମାଇକ୍ରୋ ଲାଇଟ୍ ଏୟାରକ୍ରାଫ୍ଟ, ହଟ୍ ଏୟାର ବେଲୁନ, UAV, ଡ୍ରୋନ୍ ମନା କରାଯାଇଛି । ଏଥର ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି । ଚଳିତ ବର୍ଷ ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଐତିହାସିକ ବାଲିଯାତ୍ରା ଆୟୋଜିତ ହେବ ।
