ବିଦ୍ୟାଭାରତୀଙ୍କୁ ଝଟକା, ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ
ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କ ପାଇଁ ବଢ଼ିଲା ଅଡୁଆ। ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ।ଏହି ନିଷ୍ପତ୍ତି ପରେ ବିଦ୍ୟାଭାରତୀଙ୍କ ଗିରଫଦାରି ସମ୍ଭାବନା ବୃଦ୍ଧି ପାଇବା ସହ ତଦନ୍ତକାରୀ ସଂସ୍ଥା ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହଜ ହୋଇଛି। ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣାରେ ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ବିଦ୍ୟାଭାରତୀ ଗିରଫଦାରିରୁ ବର୍ତ୍ତିବା ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। ମାତ୍ର କୋର୍ଟ ସମସ୍ତ ଦିଗକୁ ବିଚାର କରି ଏହି ଆବେଦନକୁ ଅଗ୍ରାହ୍ୟ କରିଦେଇଛନ୍ତି।ସୂଚନାଯୋଗ୍ୟ ଯେ, ୨୦୨୧ ଜୁଲାଇ ୧୨ ତାରିଖରେ ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ ସୌମ୍ୟରଞ୍ଜନ। ପରଦିନ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ଆସିବା ପରେ ମାମଲାରେ ତତ୍କାଳୀନ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା, ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ରୋଷେୟାଙ୍କ ନାଁ ଆସିଥିଲା। ମାମଲାରେ ହତ୍ୟା ଓ ଅପରାଧିକ ଷଡ଼ଯନ୍ତ୍ର ଅଭିଯୋଗରେ ଆଇନଗତ ପ୍ରକ୍ରିୟା ଚାଲିଛି।