ବିବାଦ ପରେ ମୁହଁ ଖୋଲିଲେ ୟୁ-ଟ୍ୟୁବର କାମିୟା ଜାନି

ବିବାଦ ପରେ ମୁହଁ ଖୋଲିଲେ ୟୁ-ଟ୍ୟୁବର କାମିୟା ଜାନି। କହିଲେ ସେ ଜଣେ ହିନ୍ଦୁ। ସେ କେବେ ବି ବିଫ୍ ଖାଇନାହାଁନ୍ତି କିମ୍ବା ଗୋମାଂସର ପ୍ରଚାର ପ୍ରସାର କରିନାହାଁନ୍ତି।ଶ୍ରୀଜଗନ୍ନାଥ ଆଶୀର୍ବାଦ ପାଇବା ସେଠାରେ କରାଯାଇଥିବା ଭିତ୍ତିଭୂମି ବିକାଶ ବିଷୟରେ ଲୋକଙ୍କୁ ଜଣାଇବା ତାଙ୍କର ପୁରୀ ଯିବାର ଉଦ୍ଦେଶ୍ୟ ଥିଲା। କିନ୍ତୁ ଦୁର୍ଭାଗ୍ୟକୁ ପୁରୀ ଭ୍ରମଣ ବିବାଦୀୟ ହୋଇପଡ଼ିଛି।ତେବେ ପୁରୀ ମନ୍ଦିରରେ ଦର୍ଶନ ନିମନ୍ତେ ବିଭିନ୍ନ ନିୟମ ରହିଥିବା ଜଣା ଅଛି। ତେଣୁ ଶ୍ରୀମନ୍ଦିର ଦର୍ଶନ ବେଳେ କୌଣସି ନୀତିନିୟମ ଭଙ୍ଗ କରିନାହାନ୍ତି ବୋଲି ଏକ ଭିଡ଼ିଓ ବାର୍ତ୍ତା ଦେଇଥିଲେ | ଯାହା ଫଳରେ ବିବାଦ ଦୂର କରିବ ବୋଲି ସେ ଆଶା କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କର କର୍ତ୍ତବ୍ୟ ଭାରତର ବିଭିନ୍ନ ପ୍ରକାରର ନୂଆ ଜିନିଷକୁ ବିଶ୍ୱସ୍ତରରେ ପହଞ୍ଚାଇବା ।

ସେ କହିଛନ୍ତି, ‘ମୁଁ ଜଣେ ୟୁଟ୍ୟୁବର । ଦେଶରେ ବିଭିନ୍ନ ସ୍ଥାନରେ ଥିବା ଐତିହ୍ୟ, ସଂସ୍କୃତି, କଳା, ଖାଦ୍ୟ, ଜୀବନଶୈଳୀ ସହ ସେହି ସ୍ଥାନର ସ୍ବାତନ୍ତ୍ର୍ୟତା ବିଷୟରେ ଲୋକଙ୍କୁ ଜଣାଇବା ମୋ କାମ । ଗତବର୍ଷ ଧରୋହର ଭାରତ ଶୀର୍ଷକରେ ଏକ ଡକ୍ୟୁମେଣ୍ଟାରୀ ମଧ୍ୟ ପ୍ରସ୍ତୁତ କରିଥିଲେ । ଯେଉଁଥିରେ ଭାରତର ଏକାଧିକ ଐତିହ୍ୟସ୍ଥଳ ପରିଦର୍ଶନ କରିବା ସହ ସେଠାକାର କାହାଣୀ ଓ ଭିତ୍ତିଭୂମି ବିକାଶର ବାର୍ତ୍ତା ଲୋକଙ୍କ ନିକଟକୁ ପହଞ୍ଚାଇଥିଲି । ମୋ କାର୍ଯ୍ୟକୁ ପ୍ରଧାନମନ୍ତ୍ରୀଙ୍କ ସହ ଅନେକ ଲୋକ ପ୍ରଶଂସା କରିଥିଲେ । କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ କଲଚରରାଲ ବ୍ରାଣ୍ଡ ଆମ୍ବାସଡରର ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା ।’