ବିଶିଷ୍ଟ କବି ଓ ଲେଖକ ରାଜେନ୍ଦ୍ର କିଶୋର ପଣ୍ଡାଙ୍କ ଦେହାନ୍ତ

ବିଶିଷ୍ଟ କବି ରାଜେନ୍ଦ୍ର କିଶୋର ପଣ୍ଡାଙ୍କ ଦେହାନ୍ତ । ୮୧ ବର୍ଷ ବୟସରେ ଆଖି ବୁଜିଛନ୍ତି ରାଜେନ୍ଦ୍ର କିଶୋର । ୧୯୮୫ରେ କବିତା ଶୈଳକଳ୍ପ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଶୋକର ଛାୟା ଖେଳିଯାଇଛି ।ସେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଭାବେ ୧୪ ଜୁଲାଇ ୧୯୬୭ରୁ ୩୦ ଜୁନ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ଝାରସୁଗୁଡା ଜିଲ୍ଲା ବାଟଲଗା ଗାଁରେ ୧୯୪୪ ଜୁନ ୨୪ରେ ରାଜେନ୍ଦ୍ରଙ୍କ ହୋଇଥିଲା ଜନ୍ମ। ୮୧ ବର୍ଷ ବୟସରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ୧୯୪୭ରେ ଶ୍ରୀ ପଣ୍ଡାଙ୍କର ପ୍ରଥମ କବିତା ସଂଗ୍ରହ ‘ଗୌଣ ଦେବତା’ ପ୍ରକାଶିତ ହୋଇଥିଲା। ତାଙ୍କର ଷୋହଳଟି କବିତା ସଂକଳନ ପ୍ରକାଶ ପାଇଛି l ସେ ଦୁଇଟି ଉପନ୍ୟାସର ବି ରଚୟିତା l