ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ ପାତ୍ର
ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ସୁନ୍ଦରଗଡ଼ରେ ବଡ଼ ଭିଜିଲାନ୍ସ ଚଢ଼ାଉ । ପ୍ରକଳ୍ପ ନିର୍ଦ୍ଦେଶକ ଜଳବିଭାଜିକା ଓ ଉପ ନିର୍ଦେଶକ, ମୃତ୍ତିକା ସଂରକ୍ଷଣ ପ୍ରସନ୍ନ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରୁଛି । ସୁନ୍ଦରଗଡ଼ ଆବାସିକ କାର୍ଯ୍ୟାଳୟ, ସୁନ୍ଦରଗଡ଼ ଅଫିସ, ପୈତୃକ ବାସଭବନ ସହିତ ଭୁନନେଶ୍ୱରରେ ରଖିଥିବା ୩ଟି ଫ୍ଲାଟରେ ଏକାସାଙ୍ଗରେ ଚଢ଼ାଉ କରୁଛି ଭିଜିଲାନ୍ସର ବିଭିନ୍ନ ଟିମ । ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଥିବା ବେଳେ ସମ୍ପତ୍ତିର ପରିମାଣ ଓ ଅନ୍ୟାନ୍ୟ ତଥ୍ୟ ସମ୍ପର୍କରେ ପରବର୍ତ୍ତୀ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ । ସୁନ୍ଦରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ଜଜ୍ ଙ୍କ ଅନୁମତିକ୍ରମେ ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ାଉ କରାଯାଉଛି । ଜଣେ ଅତିରିକ୍ତ ଏସ୍ ପି, ୪ ଜଣ ଡିଏସ୍ ପି, ୧୩ ଜଣ ଇନ୍ସପେକ୍ଟର, ୫ ଜଣ ଏଏସ୍ ଆଇ ଏବଂ ଅନ୍ୟ ସହଯୋଗୀ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି ।