ଭିଜିଲାନ୍ସ ଜାଲରେ ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଗିରଫ

ଲାଞ୍ଚ ନେଇ ବନ୍ଧା ହେଲେ ଜୁନିୟର ଆସିଷ୍ଟାଣ୍ଟ । ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଜୁନିୟର ଆସିଷ୍ଟାଣ୍ଟ। ଭଦ୍ରକ ଜିଲ୍ଲା ଶିକ୍ଷଧିକାରୀଙ୍କ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ସୂଚନାଯୋଗ୍ୟ ଯେ, ବାରାପୁର ଅଞ୍ଚଳର ଏକ ଘରୋଇ ସ୍କୁଲକୁ ପ୍ରମାଣପତ୍ର ଦେବା ପାଇଁ ୧୦ ହଜାର ଟଙ୍କା ଦାବି କରିଥିଲେ ଜୁନିଅର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । କାର୍ଯ୍ୟାଳୟ ପରିସରରେ ଅଭିଯୋଗକାରୀ ପ୍ରଶାନ୍ତ ସାହୁ ଦାବି ମୁତାବକ ୧୦ ହଜାର ଟଙ୍କା ଲାଞ୍ଚ ଦେବା ବେଳେ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲା । ପୂର୍ବ ଯୋଜନା ଅନୁଯାୟୀ ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ଟିମ୍ ଆଖପାଖରେ ଜଗି ରହିଥିଲେ । ତେବେ ଲାଞ୍ଚ ଟଙ୍କା ନେବା ବେଳେ ଭିଜିଲାନ୍ସ ଶ୍ରୀକାନ୍ତଙ୍କୁ ଧରିବା ସହ କାଗଜପତ୍ର ଯାଞ୍ଚ କରିଛି ।ଶ୍ରୀକାନ୍ତ ଦାସଙ୍କ ଅଫିସ ଓ ଜଗନ୍ନାଥ ପୁର ଜାନୁଗଞ୍ଜ ସ୍ଥିତ ଘରେ ମଧ୍ୟ ଚଢାଉ କରାଯାଉଛି।