ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ । ଏହା ପରଠାରୁ ଆରମ୍ଭ ହୋଇଯିବ ବର୍ଷା
ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ । ଏହା ପରଠାରୁ ଆରମ୍ଭ ହୋଇଯିବ ବର୍ଷା । ଅକ୍ଟୋବର ୧ ତାରିଖରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ।ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ।୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଅଧିକ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୨ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀରେ ଅଧିକ ବର୍ଷା ହୋଇପାରେ । ୩ରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ବରଗଡ଼ରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨ ଓ ୩ ତାରିଖରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଭାରୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
