ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ ହୋଇଛି । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।ସକାଳ ୧୦ଟାରୁ ଆରମ୍ଭ ହୋଇଥିଲା ଅସ୍ଥାୟୀ ରତ୍ନଭଣ୍ଡାରରୁ ମୂଳ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ପ୍ରକ୍ରିୟା । ଅପରାହ୍ନ ୨ଟା ୫୫ ମିନିଟ୍‌ରେ ସ୍ଥାନାନ୍ତର କାର୍ଯ୍ୟ ଶେଷ ହୋଇଛି । ଭିତର ରତ୍ନଭଣ୍ଡାରକୁ ରତ୍ନ ସ୍ଥାନାନ୍ତର ପରେ ୨ଟି ଚାବି ପଡ଼ିଛି । ଏସଓପି ଅନୁସାରେ ମଧ୍ୟ ସବୁ କିଛି ଭିଡିଓଗ୍ରାଫି କରାଯାଇଛି । ଗଣତି ମଣତି କେବେ ହେବ ରାଜ୍ୟ ସରକାର ସ୍ଥିର କରିବେ । ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହେବା ପରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଅନ୍ୟପଟେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ସରକାରଙ୍କ ପ୍ରସ୍ତୁତ ଏସଓପି ଅନୁସାରେ ରତ୍ନ ଅଳଙ୍କାର ସ୍ଥାନାନ୍ତରଣ କରାଯାଉଛି । କିଛି ତ୍ରୁଟି ନରହିବା ପାଇଁ ସ୍ଥାନାନ୍ତର କାର୍ଯ୍ୟର ଭିଡିଓ ରେକର୍ଡିଂ କରାଯାଉଛି । ରତ୍ନ ଭଣ୍ଡାର କମିଟି, ହାଇ ପାୱାର କମିଟିର ନିଷ୍ପତ୍ତିରେ ଗଣତି ମଣତି ଆରମ୍ଭ ହେବ ।