ମହାନଦୀ ତଳ ମୁଣ୍ଡରେ ନିର୍ମାଣ ହେବ ୧୭ ଗୋଟି ବନ୍ଧ, ୪୪ ବ୍ୟାରେଜ
ମହାନଦୀ ତଳ ମୁଣ୍ଡରେ ନିର୍ମାଣ ହେବ ୧୭ ଗୋଟି ବନ୍ଧ,୧୫ ଗୋଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଏବଂ ୪୪ ବ୍ୟାରେଜ। ଏଥିପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର।ବିଧାନସଭାରେ ବିଧାୟକ ପ୍ରଶାନ୍ତ ବେହେରାଙ୍କ ଅଣତାରକା ପ୍ରଶ୍ନର ଉତ୍ତରେ ଏହି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧାୟକ ପ୍ରଶାନ୍ତ ବେହେରା ପ୍ରଶ୍ନ କରିଥିଲେ ‘ଉପରମୁଣ୍ଡରେ ଛତିଶଗଡ଼ର ବ୍ୟାରେ ଯୋଗୁଁ ତଳ ମୁଣ୍ଡରେ ଜଳସଂକଟ ସୃଷ୍ଟି ହେଉଛି । ପ୍ରତିକାର ପାଇଁ ସରକାର କି ପଦକ୍ଷେପ ନେଉଛନ୍ତି ?’ଯାହାର ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ହୀରାକୁଦ ଉପର ମୁଣ୍ଡରେ ଛତିଶଗଡ଼ ଦ୍ଵାରା ନିର୍ମିତ ଜଳସେଚନ ପ୍ରକଳ୍ପ, ବିଭିନ୍ନ ଶିଳ୍ପ ଭିତ୍ତିକ ବ୍ୟାରେଜ୍, ଆନିକଟ ଇତ୍ୟାଦି ନିର୍ମାଣ ଫଳରେ ଜଳସଂକଟ ଦେଖା ଦେଇଛି । ଏହାର ମୁକାବିଲା ପାଇଁ ଓଡ଼ିଶା ସରକାର ନ୍ୟାୟିକ, ପ୍ରଶାସନିକ ଓ ରାଜନୈତିକ ସ୍ତରରେ ପଦକ୍ଷେପ ଗ୍ରହଣ କରିଛନ୍ତି ।’ନିକଟରେ ଟ୍ରିବ୍ୟୁନାଲ ଶୁଣାଣି ସମୟରେ ଆପୋଷ ଆଲୋଚନା ମାଧ୍ୟମରେ ବିବାଦର ସମାଧାନ ପାଇଁ ଉଭୟ ରାଜ୍ୟ ସରକାର ଗୁରୁତ୍ଵାରୋପ କରିଛନ୍ତି
