ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଭାଜପା ସରକାରର ୨ ବର୍ଷ ପାଳନ ଅବସରରେ ସେ ଓଡ଼ିଶା ଆସିବେ। ସେ ଆହୁରି କହିଛନ୍ତି ଯେ ଗତ ୪ ଦିନ ତଳେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ ଦେଇଥିଲୁ ।  ଜୁନ୍ ୧୨, ଜୁନ୍ ୨୦ କିମ୍ବା ସେପ୍ଟେମ୍ବର ୧୭ରେ ନିଜର ସମୟ ଦିଅନ୍ତୁ ବୋଲି ଅନୁରୋଧ କରାଯାଇଛି ।ତେବେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ  PMOରୁ ଗ୍ରୀନ ସିଗନାଲ ମିଳିଛି। ଆମେ ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ କରି ଦେଇଛୁ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।