ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା : ବାରଣାସୀ-ଅଯୋଧ୍ୟା ଗଲେ ୭୭୫ ତୀର୍ଥଯାତ୍ରୀ
ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ଦ୍ଵିତୀୟ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଟ୍ରେନର ଶୁଭାରମ୍ଭ ହୋଇଛି। ଭୁବନେଶ୍ୱର ନ୍ୟୁ ରେଳ ଷ୍ଟେସନଠାରୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପତାକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଛନ୍ତି।ଭୁବନେଶ୍ୱର ନ୍ୟୁ ରେଳ ଷ୍ଟେସନ ଠାରେ ଏହି ଟ୍ରେନରେ ୭୭୫ ଜଣ ତୀର୍ଥଯାତ୍ରୀ ଓ ୨୫ ଜଣ ଅଧିକାରୀ ଯାତ୍ରା କରିଛନ୍ତି । ସେମାନେ ବାରଣାସୀ ଓ ଅଯୋଧ୍ୟାରେ ତୀର୍ଥାଟନ ଆସନ୍ତା ୨ ତାରିଖରେ ଓଡିଶା ଫେରିବେ ।ଶ୍ରୀ ହରିଚନ୍ଦନ କହିଛନ୍ତି ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ଲିଙ୍ଗରାଜଙ୍କ ପୀଠରୁ କାଶୀ ବିଶ୍ୱନାଥ ଓ ଅଯୋଧ୍ୟା ପୀଠ ରାମଲାଲାଙ୍କ କ୍ଷେତ୍ରକୁ ଏହି ଯାତ୍ରା ସଫଳ ହେଉ । ଏହି ଯାତ୍ରା ଦ୍ୱାରା ବରିଷ୍ଠ ନାଗରିକମାନେ ଗଙ୍ଗା ଆଳତି, କାଶୀ ବିଶ୍ୱନାଥ ଦର୍ଶନ ଓ ଶ୍ରୀରାମଲାଲାଙ୍କ ସାନିଦ୍ଧ ଲାଭ କରିପାରିବେ । ଏହି ଷଷ୍ଠ ପର୍ଯ୍ୟାୟ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଖୋର୍ଦ୍ଧା ଜିଲ୍ଲାର ୧୬୯ ଜଣ, ଜଗତସିଂହପୁର ଜିଲ୍ଲାର ୮୫, କଟକ ଜିଲ୍ଲାର ୧୯୭, ପୁରୀରୁ ୧୨୭, କେନ୍ଦ୍ରାପଡ଼ାରୁ ୧୦୮ ଓ ଢେଙ୍କାନାଳ ଜିଲ୍ଲାର ୮୯ ଜଣଙ୍କୁ ମିଶାଇ ମୋଟ ୭୭୫ ଜଣ ବରିଷ୍ଠ ନାଗରିକ ଓ ସେମାନଙ୍କର ଭଲମନ୍ଦ ବୁଝିବା ପାଇଁ ୨୫ ଜଣ ଅଧିକାରୀ ସାମିଲ ହୋଇଛନ୍ତି ।ସୂଚନାଯୋଗ୍ୟ ଯେ, ୨୦୨୬-୨୭ ବର୍ଷରେ ମୋଟ ୧୦ଟି ପର୍ଯ୍ୟାୟରେ ୮,୦୦୦ ବରିଷ୍ଠ ନାଗରିକ ଅଯୋଧ୍ୟା, ବାରାଣାସୀ, ହରିଦ୍ୱାର, ଋଷିକେଶ, ରାମେଶ୍ୱରମ ଓ ମଦୁରାଇ ଭ୍ରମଣ କରିବାକୁ ଥିବା ବେଳେ ଏହି ଯୋଜନାରେ ଚଳିତବର୍ଷ ଏପର୍ଯ୍ୟନ୍ତ ପ୍ରାୟ ୪ ହଜାର ବରିଷ୍ଠ ନାଗରିକ ବିଭିନ୍ନ ସ୍ଥାନକୁ ଯାଇ ତୀର୍ଥ କରିସାରିଛନ୍ତି ।