ମେଲୋଡି କଳାକାରଙ୍କୁ ରାସ୍ତାରେ ଅସଦାଚରଣ ଓ ମାଡ଼

କଟକ ଜିଲ୍ଲା ଆଠଗଡ଼ ତିଗିରିଆରେ ଡ୍ୟାନ୍ସରଙ୍କୁ ମାଡ଼ ପରେ ଲୁଟ୍ ହୋଇଥିବା ଅଭିଯୋଗ ଆସିଛି । ଏନେଇ ତିଗିରିଆ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।ସୂଚନାଯୋଗ୍ୟ, ତିଗିରିଆ ଥାନା ଶୁଣ୍ଠିପାଳ ଗାଁକୁ ମେଲୋଡି ପାଇଁ କଳାକାର ଆସିଥିଲେ। ରାତିରେ ମେଲୋଡ଼ି ସାରି ଫେରୁଥିବା ବେଳେ ପାଳପୁଟ ଗାଁର କିଛି ଯୁବକ ସେମାନଙ୍କୁ ଅଟକାଇ ଅସଦାଚରଣ କରିବା ସହ ଟଙ୍କା, ସୁନା ଚେନ ଛଡ଼ାଇବା ଅଭିଯୋଗ ହୋଇଛି। ଏହା ସହ ସେମାନଙ୍କୁ ମାଡ଼ ମାରିଥିବା ସେମାନେ ତିଗିରିଆ ଥାନାରେ ଅଭିଯୋଗ କରିଛନ୍ତି। କିଭଳି ଓ କେଉଁ ପରିସ୍ଥିତି ରେ ଏଭଳି ପରିସ୍ଥିତି ଘଟିଲା ସେ ନେଇ ତିଗିରିଆ ପୋଲିସ ପକ୍ଷରୁ ତଦନ୍ତ ଜାରି ।