ମୋଦୀଙ୍କୁ ସାକ୍ଷାତ କଲେ ମୋହନ। ଏହିସବୁ ବିଷୟରେ କଲେ ଆଲୋଚନା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ”ଓଡ଼ିଶାର ଭିତ୍ତିଭୂମିର ବିକାଶ, ପୁଞ୍ଜିନିବେଶ ସମ୍ପ୍ରସାରଣ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ଆଗକୁ ନେବା ସମ୍ପର୍କରେ ଆଲୋଚନା ମଧ୍ୟ ହୋଇଛି। ଏହାସହ ଓଡ଼ିଶାବାସୀଙ୍କ ସେବାରେ ଆମ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ସାଦର ଆମନ୍ତ୍ରଣ ଜଣାଇଲି। ରାଜ୍ୟର ସର୍ବାଙ୍ଗୀନ ଉନ୍ନତି ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ମାର୍ଗଦର୍ଶନ ଓ ସହଯୋଗ ନିମନ୍ତେ ଆନ୍ତରିକ ଧନ୍ୟବାଦ।“