ମୋହନ ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ
ସରକାରଙ୍କ ବିରେଶଦରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ । ଅନାସ୍ଥା ପ୍ରସ୍ତାବ ରଖି ବାଚସ୍ପତିଙ୍କୁ ଚିଠି ଦେଲା କଂଗ୍ରେସ ।୧୫ ବିଧାୟକଙ୍କ ସମର୍ଥନ ଥିବା କଂଗ୍ରେସ ଦାବି କରିଛି । ଅନ୍ୟପଟେ ବିଜେଡି କିନ୍ତୁ ଏପର୍ଯ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନି । ଏ ସମ୍ପର୍କରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, କଂଗ୍ରେସର ନେତାମାନେ ଏ ନେଇ ବିଜେଡି ସହ ଆଲୋଚନା କରିନାହାନ୍ତି । ହେଲେ ଆମେ ଆମ ପ୍ରସଙ୍ଗ ବିଧାନସଭାରେ ଉଠାଇବୁ । ଆଜି ଗୃହ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଶୋକପ୍ରସ୍ତାବ ଆଗତ କରିଥିଲେ । ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିବା ପରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ବିଧାନସଭାରେ ଶୋକପ୍ରସ୍ତାବ ନେଇ ନିଜ ନିଜର ମତ ରଖିଥିଲେ । ସମସ୍ତେ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ମନେ ପକାଇବା ସହିତ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ । ୧୭ ତମ ବିଧାନସଭାର ଚତୁର୍ଥ ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି । ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଦଳ ଜୋରଦାର ପ୍ରସ୍ତୁତି ଅଛନ୍ତି ।
