ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣା : ଜବାବ ତଲବ କଲେ ମାନବାଧିକାର କମିଶନ

ରଥଯାତ୍ରା ଭିଡ଼ରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ଜବାବ ତଲବ । ଏହି ଘଟଣାରେ କମିଶନ ରାଜ୍ୟ ଗୃହ ବିଭାଗର ପ୍ରମୁଖ ସଚିବ ଏବଂ ପୁରୀ ଜିଲ୍ଲାପାଳଙ୍କୁ ଜବାବ ତଲବ କରିଛନ୍ତି। ଏଥିସହ ଘଟଣାରେ ଆହତ ହୋଇଥିବା ସମସ୍ତଙ୍କୁ ଉପଯୁକ୍ତ ଓ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।ଆଇନଜୀବୀ ନିଶିକାନ୍ତ ମିଶ୍ର ଦାଖଲ କରିଥିବା ଆବେଦନକୁ ବିଚାର କରି ରାଜ୍ୟ ମାନବାଧିକାର କମିଶନ ଏହି ନିର୍ଦ୍ଦେଶ ଜାରି କରିଛନ୍ତି । ରଥଯାତ୍ରା ଭଳି ବୃହତ୍ ଧାର୍ମିକ ସମାବେଶରେ ଭକ୍ତଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେବା ସହ ଭବିଷ୍ୟତରେ ଏଭଳି ଅଘଟଣ ନ ଘଟିବା ପାଇଁ ଦୃଢ଼ ବ୍ୟବସ୍ଥା କରିବାକୁ କମିଶନ ପରାମର୍ଶ ଦେଇଛନ୍ତି ।ଏହାସହ ବାହୁଡ଼ା ଯାତ୍ରାକୁ ସୁରକ୍ଷିତ କରିବା ପାଇଁ ଗୃହ ବିଭାଗ, ଜିଲ୍ଲାପାଳ ଓ SPଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ରଥଯାତ୍ରା ବେଳେ ଅଣନିଃଶ୍ବାସୀ ହୋଇ ଜଣଙ୍କର ଓ ହୃଦଘାତରେ ଜଣଙ୍କର ମୃତ୍ୟୁ ଘଟିଥିଲା ।