ରଥଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ! ହସ୍ପିଟାଲ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ
ଶ୍ରୀକ୍ଷେତ୍ରରେ ରଥଯାତ୍ରା ସମୟରେ ଭକ୍ତଙ୍କ ଅତ୍ୟଧିକ ଭିଡ଼ ଯୋଗୁଁ ଘଟିଥିବା ଠେଲାପେଲାରେ ଦୁଇଜଣ ଭକ୍ତଙ୍କ ଦୁଃଖଦ ମୃତ୍ୟୁ ଘଟିଛି । ଏହି ଅଘଟଣକୁ ରାଜ୍ୟ ସରକାର ଅତ୍ୟନ୍ତ ଗମ୍ଭୀରତାର ସହ ନେଇଛନ୍ତି । ଘଟଣା ସମ୍ପର୍କରେ ହସ୍ପଟାଲ ଯାଇ ପଚାରି ବୁଝିବାକୁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ, ସ୍ୱାସ୍ଥ୍ୟମନ୍ତ୍ରୀ ତୁରନ୍ତ ହସ୍ପିଟାଲକୁ ଯାଇ ମୃତକଙ୍କ ପରିବାରବର୍ଗଙ୍କୁ ଭେଟିବା ସହ ଆହତମାନଙ୍କ ଚିକିତ୍ସା ବ୍ୟବସ୍ଥା ନେଇ ସମୀକ୍ଷା କରିବେ । ସୂଚନା ଅନୁସାରେ, ପବିତ୍ର ରଥଯାତ୍ରା ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଏହାରି ଭିତରେ ପୁରୀ ମରିଚକୋଟ ଛକ ନିକଟରେ କେତେଜଣ ଭକ୍ତ ଅଣନିଶ୍ବାସୀ ହୋଇ ତଳେ ପଡିଯାଇଥିଲେ। ଉଦ୍ଧାରକାରୀ ଦଳ ସେମାନଙ୍କୁ ଉଦ୍ଧାର କରି ପୁରୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୨ଜଣଙ୍କୁ ମୃତ ଘୋଷଣା କରିଥିବା ଖବର ମିଳିଛି।