ରାଜଭବନ ଇତିହାସରେ ପ୍ରଥମ,ରାଜ୍ୟପାଳଙ୍କ ସଚିବ ଭାବେ ମହିଳା ଆଇଏଏସ୍ ରୂପା ରୋଶନ ସାହୁ ନିଯୁକ୍ତ

ରାଜଭବନ ଇତିହାସରେ ପ୍ରଥମ । ରାଜ୍ୟପାଳଙ୍କ ସଚିବ ଭାବେ ମହିଳା ଆଇଏଏସ୍ ନିଯୁକ୍ତ। ରାଜ୍ୟପାଳଙ୍କ ସଚିବ ଭାବେ ବରିଷ୍ଠ ଆଇଏଏସ ଅଧିକାରୀ ରୂପା ରୋଶନ ସାହୁଙ୍କୁ ନିଯୁକ୍ତି ମିଳିଛି । ବର୍ତ୍ତମାନର ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଏନ୍ ବିଏସ୍ ରାଜପୁତଙ୍କୁ ସରକାରୀ ଉଦ୍ୟୋଗ ବିଭାଗକୁ ବଦଳି କରାଯାଇଛି। ସେ ORSTCର ସିଏମ୍ ଡି ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ। ବ୍ରହ୍ମପୁର ଆର୍ ଡିସି ରୂପା ରୋଶନ ସାହୁଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତି ମିଳିଛି। ୨୦୦୬ ବ୍ୟାଚ୍ ରୂପା ରୋଶନ ସାହୁଙ୍କୁ ରାଜ୍ୟପାଳଙ୍କ କମିଶନର-କମ୍-ସଚିବ ଭାବରେ ନିଯୁକ୍ତ କରାଯାଇଛି।