ରାଜ୍ୟକୁ କାଳବୈଶାଖୀ ସତର୍କତା

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଶନିବାର ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏଥିପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।। ସେହିପରି ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଦେବଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଦିଆଯାଇଛି।