ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି
ରାଜ୍ୟରେ ଜାରି ରହିଛି ବର୍ଷା ପ୍ରଭାବ। ଆଜି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ।୫ ତାରିଖ (ବୁଧବାର) ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ । ୬ ଓ ୭ ତାରିଖରେ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି। ୮ ଓ ୯ ତାରିଖରେ କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।