ରାଜ୍ୟରେ ୩୦ ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି

ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ମଡେଲ ମଣ୍ଡି ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି । ଆବଶ୍ୟକତା ଦେଖି ବଡ ଜିଲ୍ଲାରେ ୨ଟି ମଣ୍ଡି ହେବ । ମଡେଲ ମଣ୍ଡିରେ ରହିବ ବିଶ୍ରାମଗାର ଓ ଟିଫିନ ସେଣ୍ଟର । ପାନୀୟ ଜଳ, ଶୌଚାଳୟ ଓ ପାର୍କିଂ ସୁବିଧା ବି ରହିବ । ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଥିବା କହିଲେ ସମବାୟ ମନ୍ତ୍ରୀ ।