ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ସମୁଦାୟ ୧ ହଜାର ୮୫ଟି ଦଶହରା ଦୁର୍ଗାମେଢ଼ଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯିବ |‘କ’ ବର୍ଗରେ ରହିବ ଐତିହ୍ୟ ସମ୍ପନ୍ନ ଦୁର୍ଗାମେଢ଼ – ଏହି ବର୍ଗରେ ୨୧୫ଟି ମେଢ଼କୁ ୨ କୋଟି ୧୭ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତ୍ୟେକ ଐତିହ୍ୟ ସମ୍ପନ୍ନ ମେଢ଼କୁ ମିଳିବ ୧ ଲକ୍ଷ ୧ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ।ସେହିପରି ‘ଖ’ ବର୍ଗରେ ରହିବ ୭୫ ବର୍ଷ ପୁରୁଣା ଦୁର୍ଗାମେଢ଼ – ଏହି ବର୍ଗରେ ୧୯୭ଟି ମେଢ଼କୁ ୧ କୋଟି ୪୭ ଲକ୍ଷ ୭୫ ହଜାର ଟଙ୍କା ପ୍ରଦାନ କରାଯିବ । ଏହି ବର୍ଗରେ ପ୍ରତ୍ୟେକ ମେଢ଼କୁ ୭୫ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ ।

‘ଗ’ ବର୍ଗ : ୫୦ ବର୍ଷ ପୁରୁଣା ଦୁର୍ଗାମେଢ଼ – ଏହି ବର୍ଗରେ ୬୭୩ଟି ମେଢ଼କୁ ୩ କୋଟି ୩୬ ଲକ୍ଷ ୫୦ହଜାର ଟଙ୍କା ପ୍ରଦାନ କରାଯିବ। ଏହି ବର୍ଗରେ ପ୍ରତ୍ୟେକ ମେଢ଼କୁ ୫୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ ।