ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ କେନ୍ଦୁଝର, ମୟୂରବଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ବର ଓ ବୌଦ୍ଧକୁ ୟେଲୋ ଆଲର୍ଟ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,ବରଗଡ଼,ଦେବଗଡ଼, ଅନୁଗୋଳ, ଢେଙ୍କାନାଳ କୁ ଆଲର୍ଟ ଦିଆଯାଇଛି ।