ରାଜ୍ୟର ୧୭ଟି ବିଶ୍ୱ ବିଦ୍ୟାଳୟରେ ଶାରୀରିକ , ମାନସିକ ଓ ଯୌନ ନିର୍ଯାତନା ବଢିଛି – ଉଚ୍ଚଶିକ୍ଷା ମନ୍ତ୍ରୀ
ରାଜ୍ୟର ୧୭ଟି ବିଶ୍ଵବିଦ୍ୟାଳୟରେ ବଢିଛି ଶାରୀରିକ, ମାନସିକ ଓ ଯୌନ ନିର୍ଯାତନା। ଏପରି ୧୯ଜଣ ଛାତ୍ରୀ ନିର୍ଯ୍ୟାତନାର ଶିକାର ହୋଇଛନ୍ତି । ୬ ଯୌନ ନିର୍ଯାତନା, ୯ ଛାତ୍ରୀଙ୍କୁ ମାନସିକ ନିର୍ଯାତନା ଓ ଦୁଇ ଛାତ୍ରୀଙ୍କ ଅଶ୍ଳୀଳ ଚିତ୍ର ବ୍ୟବହାର କରାଯାଇଛି। ଏନେଇ ବିଜେଡି ବିଧାୟକଙ୍କ ପ୍ରଶ୍ନରେ ଗୃହରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯବଂଶୀସୂରଜ ଲିଖିତ ଉତ୍ତର ରଖିଛନ୍ତି । ତେବେ ପ୍ରଶ୍ନକାଳ ଆରମ୍ଭରୁ ସାର ଅଭାବ ପ୍ରସଙ୍ଗ ଉଠାଇ ନାରା ବାଜି କଲା ବିଜେଡି । ବାଚସ୍ପତିଙ୍କ ପୋଡିୟମ ତଳକୁ ଆସି ବିଜେଡି ବିଧାୟକମାନେ ପ୍ରତିବାଦ କରିଥିଲେ। ତେଣେ ନିଜ ନିଜ ଆସନରେ ଠିଆ ହୋଇ କଂଗ୍ରେସ ସଦସ୍ୟମାବେ ବି ପ୍ରତିବାଦ କରିଥିଲେ । ଏହାକୁ ଲକ୍ଷ୍ୟ କରି ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ ।
