ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି: ରିପୋର୍ଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଆଜି ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବରେ ଓଡିଶାବାସୀଙ୍କୁ ନିଜର ଉପଲବ୍ଧି ବଖାଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ବିଜେପି ସରକାର ଗଠନକୁ ଶୁକ୍ରବାର ଦୁଇ ବର୍ଷ ପୂରଣ ହୋଇଛି। ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସରକାରଙ୍କ ଦୁଇବର୍ଷର କାର୍ଯ୍ୟକାରିତା ସମ୍ପର୍କରେ ରିପୋର୍ଟ ଉପସ୍ଥାପନ କରିବେ। ଏହାପରେ ଅପରାହ୍ନ ୪ ଟାରେ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ ଓ ‘ସୁଭଦ୍ରା ଶକ୍ତି ସଂବାଦ’ର ଶୁଭାରମ୍ଭ କରିବେ। ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର୍ ଓ ବ୍ଳକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିବେ।ସେହିପରି ସନ୍ଧ୍ୟା ୮ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନର ତୃତୀୟ ମହଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଏହି ଅବସରରେ ୨ଟି ବଡ଼ ଘୋଷଣା ରାଜ୍ୟ ସରକାରଙ୍କ ପକ୍ଷରୁ କରାଯିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।