ଲଘୁଚାପ ଅବପାତର ରୂପ ନେବା ପରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପ୍ରଥମେ ଉତ୍ତର-ଉତ୍ତରପଶ୍ଚିମ ଏବଂ ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି । ଭିଷଣ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ଆଲର୍ଟ ଏବଂ ବଲାଙ୍ଗୀର, ସୋନପୁର,ସମ୍ବଲପୁର,ଦେବଗଡ଼, କେଉଁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ୨୨ ତାରିଖ ଯାଏଁ ବର୍ଷା ଲାଗି ରହିବ ।ସେହିପରି ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ସକାଳ ସୁଦ୍ଧା ବାଲେଶ୍ୱର ଜିଲା ଭୋଗରାଇରେ ଅତ୍ୟଧିକ ପ୍ରବଳ ବର୍ଷା ହୋଇଛି । ଏଠାରେ ସର୍ବାଧିକ ୨୧୭ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ୯ଟି ସ୍ଥାନରେ ଅତି ପ୍ରବଳ ଏବଂ ୨୫ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।