ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବ୍ୟାପକ ବର୍ଷା , ଶୁକ୍ରବାରଠୁ କମିବ

ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବ୍ୟାପକ ବର୍ଷା ହେଊଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କେତେକ ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପବନର ବେଗ ଅଧିକ ରହିବା ସହ ସମୁଦ୍ର ଅଶାନ୍ତ ରହିବ ।କିନ୍ତୁ, ଗୁରୁବାର ଆଉ ବଡ଼ ବର୍ଷା ସମ୍ଭାବନା ନାହିଁ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଶୁକ୍ରବାରଠାରୁ ବର୍ଷା ପରିମାଣ ଆହୁରି କମିଯିବ। ତେବେ ବନ୍ୟା ଓ ଲଗାଣ ବର୍ଷା ସ୍ଥିତିକୁ ଦେଖି ଆଜି ବାଲେଶ୍ୱର, ଯାଜପୁର, ଭଦ୍ରକ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି ।