ଲଘୁଚାପ ପ୍ରଭାବରେ ଆଗାମୀ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଆଗାମୀ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । କୋରାପୁଟ, ମାଲାକନଗିରି, ନବରଙ୍ଗପୁର,ରାୟଗଡା ,ଗଂଜାମ ,ଗଜପତି, କନ୍ଧମାଳ, ନୟାଗଡ ଓ କଳାହାଣ୍ଡି ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। କାଲି ସାରା ଓଡିଶା ସମେତ ଦକ୍ଷିଣ ଓ ଉତ୍ତର ଓଡିଶା କିଛି ଅଞ୍ଚଳରେ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ରହିଛି । ନବରଙ୍ଗପୁର , ରାୟଗଡା, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଆଦି ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ବିଭାଗ ।