ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଟିମ- ଉତ୍ତରପଶ୍ଚିମ ଦିଗରେ ଗତି କରିବ ଲଘୁଚାପ । ୬ ଘଣ୍ଟାରେ ଅବପାତରେ ପରିଣତ ହେବ ।ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ନିକୋବର ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି ।

ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗଦିରେ ଗତି କରି ଅବପାତ ରୂପ ନେବ । ଏହା ପ୍ରଭାବରେ ରାଜ୍ୟର ବିଭିବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଯିବ । ୧୬ରେ ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭା ପୂର୍ବାନୁମାନ କରିଛି ।ସେହିଭଳି ୧୬ରେ ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ହେବ ଏବଂ ଏସବୁ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।