ଲଘୁଚାପ ପ୍ରଭାବରେ ଦୁଇଦିନ ବର୍ଷା, ୧୨ରୁ କମିବ ବର୍ଷା ପରିମାଣ
ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଥାଇଲାଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୨୨ ତାରିଖରେ ଏହା ଲଘୁଚାପ ସୃଷ୍ଟି ରୂପ ନେବ । ଏହା ପ୍ରଭାବରେ ଓଡ଼ିଶାରେ ଅଧିକ ବର୍ଷା ହେବ। ଉତ୍ତର ବଙ୍ଗୋପସାଗରରେ ଗୁରୁବାର ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ। ପାଣିପାଗର ବିସ୍ତାରିତ ଆକଳନରେ ଏହି ପୂର୍ବାନୁମାନ ଦିଆଯାଇଛି।କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ନୂଆପଡ଼ା, ୱଲାଙ୍ଗିର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।ଆସନ୍ତାକାଲି ମଧ୍ୟ କଳାହାଣ୍ଡି ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କେବଳ ବର୍ଷା ନୁହେଁ, ବଜ୍ରପାତ ଓ ଝଟକା ପବନ ପାଇଁ ମଧ୍ୟ ସତର୍କ ରହିବାକୁ ପଡ଼ିବ । ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଟକା ପବନ ବହିପାରେ । ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ ଓ ସଲଗ୍ନ ସମୁଦ୍ର ଅଞ୍ଚଳ ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।