ଲୋଇସିଂହା ଜଳବନ୍ଦୀ ଅଞ୍ଚଳରେ ଲୋକଙ୍କୁ ଭେଟିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ବଲାଙ୍ଗୀର ଲୋଇସିଂହାର ବିଭିନ୍ନ ଅଞ୍ଚଳରେ ଅତ୍ୟଧିକ ବର୍ଷା ଯୋଗୁଁ ଜଳବନ୍ଦୀରେ ପ୍ରଭାବିତ ଗ୍ରାମଗୁଡ଼ିକୁ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ।ମନ୍ତ୍ରୀ ଜଳମଗ୍ନ ଅଞ୍ଚଳ ପାଦରେ ଚାଲି ସ୍ଥିତିର ପ୍ରତ୍ୟକ୍ଷ ଅନୁଧ୍ୟାନ କରିଥିଲେ। ବିପଦପୂର୍ଣ୍ଣ ପରିସ୍ଥିତି ସତ୍ତ୍ୱେ ସେ ପ୍ରଭାବିତ ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ଦୈନନ୍ଦିନ ସମସ୍ୟା, ଖାଦ୍ୟ, ପାନୀୟ ଜଳ, ସ୍ୱାସ୍ଥ୍ୟସେବା ଓ ଅନ୍ୟାନ୍ୟ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ।ମାନ୍ୟବର ମନ୍ତ୍ରୀ ପୁଇଁତଲା ବ୍ଲକର କୁଳେରବାହାଳୀ ,ଲସ୍ତଲା, ଲୋଇସିଂହା ବ୍ଲକର ସେମେଲମୁଣ୍ଡା ,ଲୋଇସିଂହା NAC,ଆଗଲପୁର ବ୍ଲକର ଡୁଙ୍ଗୁରିପାଲି, ରଫାଖାଳ, ବିନ୍ଧାପାଲି, କଣ୍ଠିପାଲି, ବାଇଗଣଖାରି ଛକ,ବାବୁ୍ଫାସଡ଼, ଲାଟସର ଗାଁ ବୁଲି ଦେଖିଛନ୍ତି । ତାଙ୍କର ଏହି ଗସ୍ତ ବେଳେ ଜିଲ୍ଲାପ୍ରଶାସନ ଏବଂ ବ୍ଲକ ପ୍ରଶାସନ ଅଧିକାରୀ ଉପସ୍ଥିତ ଥିଲେ ।ଗ୍ରାମବାସୀମାନେ ମନ୍ତ୍ରୀଙ୍କୁ ନିଜ ମଧ୍ୟରେ ପାଇ ସେମାନଙ୍କ ବିଭିନ୍ନ ସମସ୍ୟା ଜଣାଇଥିଲେ। ମନ୍ତ୍ରୀ ସେମାନଙ୍କ ଅଭିଯୋଗ ଓ ଆବଶ୍ୟକତା ଧୈର୍ଯ୍ୟର ସହ ଶୁଣି ସମ୍ଭବ ଶୀଘ୍ର ସମାଧାନ ପାଇଁ ପ୍ରଶାସନକୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।