ଶପଥ ନେଲେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ
୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ତାଙ୍କ କ୍ୟାବିନେଟର ଅନେକ ବରିଷ୍ଠ ମନ୍ତ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ ବହୁ ବରିଷ୍ଠ ବିଜେପି ନେତା ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସିପି ରାଧାକୃଷ୍ଣନଙ୍କୁ ଉପରାଷ୍ଟ୍ରପତି ପଦର ଶପଥ ପାଠ କରାଇଥିଲେ। ସୂଚନାଥାଉକି, ଗତକାଲି ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ରାଧାକ୍ରିଷ୍ଣନ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଉପରାଷ୍ଟ୍ରପତି ର୍ନିବାଚନରେ NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ୪୫୨ ଭୋଟ ପାଇଛନ୍ତି। ଏହି ବିଜୟ ସହିତ, ରାଧାକୃଷ୍ଣନ ଦେଶର ଉପରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ।
